bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezra 2
Ezra 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
1
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ;
2
ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3
ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ ।
4
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ ।
5
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ ।
6
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ ।
7
ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
8
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ ।
9
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ ।
10
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ ।
11
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ ।
12
ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ ।
13
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ ।
14
ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ ।
15
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ ।
16
ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ ।
17
ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ ।
18
ଯୋରାହର ସନ୍ତାନ ଏକ ଶହ ବାର ଜଣ ।
19
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ ।
20
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ ।
21
ବୈଥ୍ଲେହମର ସନ୍ତାନ ଏକ ଶହ ତେଇଶ ଜଣ ।
22
ନଟୋଫାର ଲୋକ ଛପନ ଜଣ ।
23
ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ ।
24
ଅସ୍ମାବତର ସନ୍ତାନ ବୟାଳିଶ ଜଣ ।
25
କିରୀୟତ୍-ୟାରିମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ ।
26
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ ।
27
ମିକ୍ମସର ଲୋକ ଏକ ଶହ ବାଇଶ ଜଣ ।
28
ବୈଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ ।
29
ନବୋର ସନ୍ତାନ ବାଆନ ଜଣ ।
30
ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ ।
31
ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
32
ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ ।
33
ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ ।
34
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ ।
35
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ ।
36
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ ।
37
ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ ।
38
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ ।
39
ହାରୀମର ସନ୍ତାନ ଏକ ହଜାର ସତର ଜଣ ।
40
ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ ।
41
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ ।
42
ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ ।
43
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46
ହାଗାର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନର ସନ୍ତାନଗଣ;
47
ଗଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48
ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51
ବକ୍ବୁକର ସନ୍ତାନଗଣ, ହକୁଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନ-ଗଣ,ହର୍ଶାର ସନ୍ତାନଗଣ;
53
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ ।
55
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ ।
59
ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60
ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାଆନ ଜଣ ।
61
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
62
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ ।
63
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ ।
64
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ ।
65
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ ।
66
ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର;
67
ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ ।
68
ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ ।
69
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
70
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
All chapters:
1
2
3
4
5
6
7
8
9
10