bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Ezra 9
Ezra 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 10 →
1
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି ।
2
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣକୁ ଗ୍ରହଣ କରିଅଛନ୍ତି; ଏହି ରୂପେ ପବିତ୍ର-ବଂଶ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି ।
3
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ତାଇ ବିସ୍ମିତ ହୋଇ ବସିଲି ।
4
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ଵରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି ।
5
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ମନୋଦୁଃଖରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
6
ହେ ମୋହର ପରମେଶ୍ଵର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ଵର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ⇧ ହୋଇଅଛି ।
7
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍ଗରେ, ବନ୍ଦୀତ୍ଵରେ ଓ ଲୁଟରେ ଓ ମୁଖ-ବିଷଣ୍ଣତାରେ ସମର୍ପିତ ହୋଇଅଛୁ ।
8
ପୁଣି, ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ଵାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି ।
9
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ । ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ଵାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ-ରାଜଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି ।
10
ଏବେ ହେ ଆମ୍ଭମାନଙ୍କ ପରମେଶ୍ଵର, ଏଥି ଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
11
ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆଜ୍ଞା କରି କହିଥିଲ, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ଵାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୌଚରେ ପରିପୂର୍ଣ୍ଣ କରିଅଛି ।
12
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ; ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ ।
13
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ତରୁ ଊଣା ଦଣ୍ତ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
14
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞା ଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ଵିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ନୋହିବ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ ।
15
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ⇧ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 10 →
All chapters:
1
2
3
4
5
6
7
8
9
10