bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Galatians 2
Galatians 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।
2
ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି ।
3
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
4
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ତ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ଵାଧୀନତା ଅଛି, ଚର ସ୍ଵରୂପେ ସେଥିର ଛିଦ୍ର ଅନ୍ଵେଷଣ କରି ଆମ୍ଭମାନଙ୍କୁ ଦାସତ୍ଵର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ, ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
5
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।
6
ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କିପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ଵର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
7
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
8
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ବିଜାତିମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
9
ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ଵରୂପେ ଖ୍ୟାତ ଯାକୁବ, କେଫା ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
10
ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି ।
11
କିନ୍ତୁ ଯେତେବେଳେ କେଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।
12
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ବିଜାତୀୟ ବିଶ୍ଵାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ଵାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ ରଖିଲେ ।
13
ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ଵାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।
14
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କେଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ବିଜାତିମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ବିଜାତିମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
15
ଆମ୍ଭେମାନେ ଜନ୍ମରେ ଯିହୁଦୀ, ବିଜାତୀୟ ପାପୀ ନୋହୁ,
16
ତଥାପି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିଅଛୁ, ଯେପରି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେଉ; କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
17
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ ।
18
କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି ।
19
ଯେଣୁ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ବ୍ୟବସ୍ଥା ଦ୍ଵାରା ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।
20
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି ।
21
ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6