bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Galatians 4
Galatians 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
1
କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,
2
କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧୀନରେ ଥାଏ ।
3
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ;
4
କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ବ୍ୟବସ୍ଥାଧୀନ ହେଲେ,
5
ଯେପରି ସେ ମୂଲ୍ୟ ଦେଇ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି ଆମ୍ଭେମାନେ ପୁତ୍ରତ୍ଵର ଅଧିକାର ପ୍ରାପ୍ତ ହେଉ ।
6
ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।
7
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି ଯଦି ପୁତ୍ର, ତେବେ ଈଶ୍ଵରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
8
ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ;
9
କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ?
10
ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ ।
11
ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି ।
12
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି । ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ ।
13
କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି;
14
ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ଵରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ଵରଙ୍କ ଜଣେ ଦୂତ ସ୍ଵରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ଵରୂପେ ମୋତେ ଗ୍ରହଣ କଲ ।
15
ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।
16
ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?
17
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଞ୍ଚ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
18
କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ ।
19
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି ।
20
ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି ।
21
ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?
22
କାରଣ ଲେଖା ଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ଵାଧୀନା ସ୍ତ୍ରୀଠାରୁ ଜାତ ।
23
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
24
ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମ ସ୍ଵରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ଵ ନିମନ୍ତେ ସନ୍ତାନ ପ୍ରସବକାରଣୀ, ହାଗାର ସେଥିର ନିଦର୍ଶନ ।
25
ହାଗାର, ଏହି ଶଦ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ଵରେ ରହିଅଛି ।
26
କିନ୍ତୁ ଊର୍ଦ୍ଧ୍ଵସ୍ଥ ଯିରୂଶାଲମ ସ୍ଵାଧୀନା, ସେ ଆମ୍ଭମାନଙ୍କ ଜନନୀ;
27
ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚ ସ୍ଵରରେ ଜୟଧ୍ଵନୀ କର; କାରଣ ସଧବାର ସନ୍ତାନଠାରୁ ଅନାଥାର ସନ୍ତାନ ଅଧିକ ।”
28
ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।
29
କିନ୍ତୁ ଶାରୀରିକ ସ୍ଵଭାବାନୁସାରେ ଯେ ଜାତ, ସେ ଯେପରି ସେସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।
30
ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାʼର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ଵାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
31
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ଵାଧୀନା ସ୍ତ୍ରୀର ସନ୍ତାନ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
All chapters:
1
2
3
4
5
6