bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Galatians 6
Galatians 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
1
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
2
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ ।
3
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।
4
କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ଵାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;
5
କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।
6
କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ ।
7
ଭ୍ରାନ୍ତ ନ ହୁଅ; ଈଶ୍ଵର ବିଦ୍ରୂପର ପାତ୍ର ନୁହନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ ।
8
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ ।
9
ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।
10
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ ।
11
ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି ।
12
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।
13
କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ଵନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି ।
14
କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।
15
କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।
16
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।
17
ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି ।
18
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
All chapters:
1
2
3
4
5
6