bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Genesis 41
Genesis 41
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 40
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 42 →
1
ଅନନ୍ତର ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ଵପ୍ନ ଦେଖିଲେ; ଦେଖ, ସେ ନଦୀ କୂଳରେ ଠିଆ ହୋଇଅଛନ୍ତି ।
2
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
3
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ ।
4
ତହିଁରେ ସେହି କୃଶ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା ।
5
ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ଵିତୀୟ ଥର ସ୍ଵପ୍ନ ଦେଖିଲେ; ଗୋଟିଏ ଶଣ୍ତାରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା ।
6
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା ।
7
ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା ।
8
ପୁଣି ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ତିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ଵପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ ।
9
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି ।
10
ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ଵିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ ।
11
ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ଵପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ଵପ୍ନର ଦୁଇପ୍ରକାର ଅର୍ଥ ହେଲା ।
12
ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ଵପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ଵପ୍ନାନୁସାରେ ଅର୍ଥ କହିଲା ।
13
ତହିଁରେ ସେ ଆମ୍ଭ ଦୁହିଁଙ୍କି ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା ।
14
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ ।
15
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଗୋଟିଏ ସ୍ଵପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ଵପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର ।
16
ତହିଁରେ ଯୋଷେଫ କହିଲେ, ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ଵର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ ।
17
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭ ସ୍ଵପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ ।
18
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
19
ଅନନ୍ତର ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ ।
20
ପୁଣି, ସେହି କୃଶ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ ।
21
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ । ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା ।
22
ଅନନ୍ତର ଆମ୍ଭେ ସ୍ଵପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ତାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା ।
23
ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା ।
24
ପୁଣି ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା । ଏହି ସ୍ଵପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ ।
25
ତେବେ ଯୋଷେଫ ଫାରୋଙ୍କୁ କହିଲେ, ଫାରୋଙ୍କର ସ୍ଵପ୍ନ ଏକ; ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି ।
26
ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ଵରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ଵରୂପ, ସ୍ଵପ୍ନ ଏକମାତ୍ର ।
27
ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କୃଶ କୁତ୍ସିତ ଗୋରୁ ସାତ ବର୍ଷ ସ୍ଵରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ଵରୂପ ।
28
ମୁଁ ଫାରୋଙ୍କୁ କହିଅଛି- ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି ।
29
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି ।
30
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ଵଂସ କରିବ ।
31
ପୁଣି ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ହେତୁରୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ ।
32
ଫାରୋ ଦୁଇଥର ସ୍ଵପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ଵରଙ୍କ ଦ୍ଵାରା ତାହା ନିଶ୍ଚିତ ହୋଇଅଛି, ପୁଣି ପରମେଶ୍ଵର ତାହା ଶୀଘ୍ର ଘଟାଇବେ ।
33
ଏଣୁକରି ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ ।
34
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ ।
35
ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ ।
36
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ଵାରା ଦେଶ ଉଚ୍ଛିନ୍ନ ହେବ ନାହିଁ ।
37
ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା ।
38
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି ।
39
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ପରମେଶ୍ଵର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
40
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା ।
41
ଫାରୋ ଯୋଷେଫଙ୍କୁ ଆହୁରି କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ ।
42
ଅନନ୍ତର ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ ।
43
ପୁଣି, ତାଙ୍କୁ ଆପଣା ଦ୍ଵିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଅବ୍ରେକ୍ ଅବ୍ରେକ୍ (ଆଣ୍ଠୁପାତ ଆଣ୍ଠୁପାତ) ବୋଲି ଘୋଷଣା କଲେ । ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ ।
44
ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ ।
45
ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ । ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ ।
46
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ ।
47
ଏଥିଉତ୍ତାରୁ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା ।
48
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ ।
49
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା ।
50
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା ।
51
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି (ବିସ୍ମୃତି) ରଖିଲେ, କାରଣ ସେ କହିଲେ, ପରମେଶ୍ଵର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି ।
52
ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି ।
53
ଅନନ୍ତର ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା ।
54
ପୁଣି ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା ।
55
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର ।
56
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା ।
57
ପୁଣି ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ । ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା ।
← Chapter 40
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 42 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50