bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Genesis 47
Genesis 47
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 46
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 48 →
1
ଅନନ୍ତର ଯୋଷେଫ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିଲେ, ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି ।
2
ପୁଣି ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ ।
3
ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ସେମାନେ ଫାରୋଙ୍କୁ କହିଲେ, ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ ।
4
ସେମାନେ ଫାରୋଙ୍କୁ ଆହୁରି କହିଲେ, ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ ।
5
ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି;
6
ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଗ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର ।
7
ଅନନ୍ତର ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ ।
8
ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, ଆପଣଙ୍କ ପରମାୟୁର ଦିନ କେତେ?
9
ଯାକୁବ ଫାରୋଙ୍କୁ କହିଲେ, ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ ।
10
ଅନନ୍ତର ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ ।
11
ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ ।
12
ପୁଣି ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ ।
13
ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ ।
14
ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ ।
15
ଅନନ୍ତର ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କିହେତୁ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?
16
ତହିଁରେ ଯୋଷେଫ କହିଲେ, ତୁମ୍ଭମାନଙ୍କର ପଶୁ ଦିଅ; ଯେବେ ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା ।
17
ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ଵ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ ।
18
ପୁଣି ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ଵିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ ।
19
ଏଣୁକରି ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କିହେତୁ ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ଏଉତ୍ତାରୁ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି ଭୂମି ମଧ୍ୟ ବିନଷ୍ଟ ହେବ ।
20
ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସ୍ରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା ।
21
ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ ।
22
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁଫାରୋଙ୍କର ଦତ୍ତ ବୃତ୍ତି ଦ୍ଵାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ ।
23
ଅନନ୍ତର ଯୋଷେଫ ପ୍ରଜାମାନଙ୍କୁ କହିଲେ, ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ ।
24
ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ ।
25
ତହିଁରେ ସେମାନେ କହିଲେ, ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ ।
26
ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ ।
27
ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି ସେଠାରେ ସେମାନେ ଅଧିକାର ପାଇ ପ୍ରଜାବ; ଓ ଅତିଶୟ ବହୁବଂଶ ହେଲେ ।
28
ଯାକୁବ ମିସର ଦେଶରେ ସତର ବରଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା ।
29
ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ ।
30
ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ । ତହିଁରେ ଯୋଷେଫ କହିଲେ, ତୁମ୍ଭ ଆଜ୍ଞା ପ୍ରମାଣେ କରିବି ।
31
ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, ସେ ତାଙ୍କ ନିକଟରେ ଶପଥ କଲେ। ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ତଆଡ଼େ ପ୍ରଣାମ କଲେ ।
← Chapter 46
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 48 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
Recommended Reading
Commentary
Genesis Commentaries
→
Devotional
Genesis Devotional Guide
→
Get This Bible
Re-edited Study Bible
→