bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Genesis 50
Genesis 50
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 49
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
1
ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ ।
2
ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ ।
3
ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ ।
4
ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, ଯେବେ ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,
5
ମୋʼ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ । ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି ।
6
ତହିଁରେ ଫାରୋ କହିଲେ, ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ ।
7
ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,
8
ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ ।
9
ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା ।
10
ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ ।
11
ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା ।
12
ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;
13
ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହେତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ଵାରା କ୍ରୀତ ହୋଇଥିଲା ।
14
ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ ।
15
ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି ଆମ୍ଭେମାନେ ତାହାର ଯେ ସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ ।
16
ଏହେତୁ ସେମାନେ ଯୋଷେଫଙ୍କ ନିକଟକୁ ଏହି କଥା କହି ପଠାଇଲେ, ତୁମ୍ଭ ପିତା ମୃତ୍ୟୁ ପୂର୍ବରେ ଆମ୍ଭମାନଙ୍କୁ ଏହା କହିଥିଲେ, ତୁମ୍ଭେମାନେ ଯୋଷେଫକୁ ଏହି କଥା କହିବ,
17
ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଣୁକରି ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ଵରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର । ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ ।
18
ଅନନ୍ତର ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଦାସ ।
19
ତହିଁରେ ଯୋଷେଫ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଭୟ କର ନାହିଁ, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି?
20
ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ଵର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା ।
21
ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି । ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ ।
22
ଅନନ୍ତର ଯୋଷେଫ ଓ ତାଙ୍କର ପିତୃପରିବାର ମିସରରେ ବାସ କରି ରହିଲେ; ଯୋଷେଫ ଶହେ ଦଶ ବର୍ଷ ଜୀବିତ ରହିଲେ ।
23
ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ ।
24
ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।
25
ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ ।
26
ଏହି ପ୍ରକାରେଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ ।
← Chapter 49
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50