bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Haggai 1
Haggai 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 2 →
1
ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସରେ, ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟର ପୁତ୍ର ଯିରୁବ୍ବାବିଲ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ସମୟ, ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ ।
3
ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4
ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି?
5
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
6
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ ।
7
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର ।
8
ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ଵିତ ହେବା, ଏହା ସଦାପ୍ରଭୁ କହନ୍ତି ।
9
ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ । ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? କାରଣ ଏହି, ଆମ୍ଭର ଗୃହ ଉତ୍ସନ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ ।
10
ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି ।
11
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ ।
12
ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ହାଗୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେସବୁରେ ମନୋଯୋଗ କଲେ; ଆଉ, ଲୋକ-ମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ ।
13
ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ଵାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ ।
14
ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
15
ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ ।
Jump to:
Chapter 1
Chapter 2
Chapter 2 →
All chapters:
1
2