bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hebrews 10
Hebrews 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
1
କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ ।
2
ଯଦି ପାରିଥାଆନ୍ତା, ତେବେ ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ନ ପାଇବାରୁ ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା?
3
କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;
4
କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ ।
5
ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
6
ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ ।
7
ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, ହେ ଈଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି ।
8
ଉପରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ଵା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏନ୍ତ) ମାଥି. ୧୨:୩୩
9
ତତ୍ପରେ ସେ କହନ୍ତି, ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି । ଦ୍ଵିତୀୟଟି ସ୍ଥାପନ କରିବା ନିମନ୍ତେ ସେ ପ୍ରଥମଟି ଲୋପ କରନ୍ତି ।
10
ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ଵାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ ।
11
ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରି ପାରେ ନାହିଁ ।
12
ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଚିରକାଳ ପାଇଁ ଉପବେଶନ କଲେ;
13
ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି ।
14
କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ଵାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି ।
15
ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସାକ୍ଷ୍ୟ ଦିଅନ୍ତି;
16
କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି,
17
ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ ।
18
ଏହିସମସ୍ତ ମୋଚନ ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ ।
19
ଅତଏବ, ହେ ଭାଇମାନେ, ଯୀଶୁବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ଵାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
20
ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ଵାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ
21
ପୁଣି, ଈଶ୍ଵରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାନ ଯାଜକ ଥିବାରୁ
22
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ;
23
ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ
24
ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
25
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ତଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ ।
26
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
27
ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ ।
28
କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
29
ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ!
30
କାରଣ ‘ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,ʼ ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, ‘ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେʼ ।
31
ଜୀବିତ ଈଶ୍ଵରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।
32
କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେ-ବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ,ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
33
ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ଵାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହିପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ ।
34
କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ ।
35
ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।
36
ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ ।
37
କାରଣ ଆଉ ଅତ୍ୟଳ୍ପ ସମୟମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ଵ କରିବେ ନାହିଁ ।
38
ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ଵାସ ଦ୍ଵାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।
39
ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ଵାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
All chapters:
1
2
3
4
5
6
7
8
9
10
11
12
13