bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hebrews 2
Hebrews 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
1
ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ ।
2
କାରଣ ଦୂତମାନଙ୍କ ଦ୍ଵାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ପ୍ରତିଶୋଧ ପାଇଲା,
3
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ଵାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ଵାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
4
ସେ ସମ୍ଵନ୍ଧରେ ଈଶ୍ଵର ମଧ୍ୟ ନିଜ ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ବିବିଧ ଶକ୍ତିର କାର୍ଯ୍ୟଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ଵାରା ସାକ୍ଷ୍ୟ ଦେଇ ଅଛନ୍ତି ।
5
କାରଣ ଯେଉଁ ଭାବୀ ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାନ୍ତି ।
6
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ତତ୍ତ୍ଵ ନେଇଥାଅ?
7
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
8
ତୁମ୍ଭେ ତାହାର ପଦ ତଳେ ସମସ୍ତ ବିଷୟ ଅଧୀନ କରି ରଖିଅଛ ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ଅବଶୀଭୂତ କରି ଛାଡ଼ି ନାହାନ୍ତି । ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
9
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ଵରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ଵାଦନ କରନ୍ତି ।
10
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ଵାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।
11
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହନ୍ତିଲ,
12
ଯେପରି ସେ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
13
ପୁନଶ୍ଚ, ମୁଁ ତାହାଙ୍କଠାରେ ମୋହର ବିଶ୍ଵାସ ରଖିବି । ପୁନର୍ବାର, ଏହି ଦେଖ, ମୁଁ ଓ ଈଶ୍ଵରଦତ୍ତ ମୋହର ସନ୍ତାନମାନେ ।
14
ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ସେ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ଵାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରନ୍ତି,
15
ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
16
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ତତ୍ତ୍ଵ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ତତ୍ତ୍ଵ ନିଅନ୍ତି ।
17
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ଜଣେ ଦୟାଳୁ ଓ ବିଶ୍ଵସ୍ତ ମହାଯାଜକ ହୁଅନ୍ତି ।
18
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
All chapters:
1
2
3
4
5
6
7
8
9
10
11
12
13