bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hebrews 3
Hebrews 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
1
ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;
2
ମୋଶା ଯେପରି ଈଶ୍ଵରଙ୍କ ଗୃହ ମଧ୍ୟରେ ବିଶ୍ଵସ୍ତ ଥିଲେ, ସେ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ଵସ୍ତ ।
3
ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ସେ ମୋଶାଙ୍କ ଅପେକ୍ଷା ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି ।
4
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ଵାରା ସ୍ଥାପିତ, କିନ୍ତୁ ସମସ୍ତ ବିଷୟର ଯେ ସ୍ଥାପନକର୍ତ୍ତା, ସେ ଈଶ୍ଵର ।
5
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ ।
6
କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ ।
7
ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ”,
8
ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଓ ପ୍ରାନ୍ତରରେ ପରୀକ୍ଷା ଦିନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର;
9
ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।
10
ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି ।
11
ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
12
ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ ।
13
କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
14
କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
15
ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
16
ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି?
17
ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
18
ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
19
ଆମ୍ଭେମାନେ ଦେଖୁ ଯେ, ଅବିଶ୍ଵାସ ହେତୁ ସେମାନେ ପ୍ରବେଶ କରି ପାରିଲେ ନାହିଁ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
All chapters:
1
2
3
4
5
6
7
8
9
10
11
12
13