bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hebrews 6
Hebrews 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 7 →
1
ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନପରିବର୍ତ୍ତନ, ଈଶ୍ଵରଙ୍କଠାରେ ବିଶ୍ଵାସ,
2
ନାନା ବାପ୍ତିସ୍ମ ସମ୍ଵନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଶେଷ ବିଚାର ସ୍ଵରୂପ, ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।
3
ହଁ, ଈଶ୍ଵରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା ।
4
କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇ-ଅଛନ୍ତି, ସ୍ଵର୍ଗୀୟ ଦାନର ଆସ୍ଵାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ,,ହୋଇଅଛନ୍ତି,
5
ଈଶ୍ଵରଙ୍କ ଉତ୍ତମ ବାକ୍ୟ ଓ ଭାବୀ ଯୁଗର ଶକ୍ତି ଆସ୍ଵାଦନ କରିଅଛନ୍ତି,
6
ସେମାନେ ଯଦି ଧର୍ମଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ଵରଙ୍କ ପୁତ୍ରଙ୍କୁ, ପୁଣି କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି ।
7
କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ଵାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶାକାଦି ଉତ୍ପନ୍ନ କରେ, ତାହା ଈଶ୍ଵରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।
8
କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ଵେ ଶାପଗ୍ରସ୍ତ ହୁଏ, ପୁଣି ତାହାର ଚରମ ଦଶା ଅଗ୍ନିଦାହ ।
9
କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ ରୂପେ ବିଶ୍ଵାସ କରୁଅଛୁ ।
10
କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି ।
11
ମାତ୍ର ଆମ୍ଭମାନଙ୍କର ଏକା; ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହିପ୍ରକାର ଯନିବାନ ହୁଅ,
12
ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ଵାସ ଓ ଧୈର୍ଯ୍ୟ ଦ୍ଵାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ ।
13
କାରଣ ଈଶ୍ଵର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହତ୍ତର ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14
“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।”
15
ଆଉ ଏହିପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇଥିଲେ ।
16
ମନୁଷ୍ୟମାନେ ତ ମହତ୍ତର ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ଵାରା ହୁଏ ।
17
ଏଣୁ ଈଶ୍ଵର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
18
ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।
19
ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ଵରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
20
ଆଉ, ଯୀଶୁ ସେହି ସ୍ଥାନରେ ମଲ୍କୀଷେଦକଙ୍କ ସଦୃଶ ଅନ; କାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 7 →
All chapters:
1
2
3
4
5
6
7
8
9
10
11
12
13