bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hosea 13
Hosea 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
1
ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା ।
2
ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି । ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ଵନ କରନ୍ତୁ ।
3
ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ ।
4
ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ ।
5
ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ ।
6
ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି ।
7
ଏଣୁକରି ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହୋଇଅଛୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ଵରେ ଛକି ବସିବା;
8
ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ ।
9
ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ ।
10
ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11
ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ ।
12
ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି ।
13
ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ ।
14
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ ।
15
ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ ।
16
ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
All chapters:
1
2
3
4
5
6
7
8
9
10
11
12
13
14