bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hosea 14
Hosea 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
1
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ ।
2
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା ।
3
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ ।
4
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି ।
5
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ ।
6
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ ।
7
ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ ।
8
ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ ।
9
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
All chapters:
1
2
3
4
5
6
7
8
9
10
11
12
13
14