bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hosea 7
Hosea 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 8 →
1
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି ।
2
ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ବେଷ୍ଟନ କରିଅଛି; ସେସବୁ ଆମ୍ଭ ସମ୍ମୁଖରେ ଅଛି ।
3
ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ଵାରା ରାଜାକୁଓ ଆପଣାମାନଙ୍କ ମିଥ୍ୟା ଦ୍ଵାରା ଅଧିପତିମାନଙ୍କୁ ଆନନ୍ଦିତ କରାନ୍ତି।
4
ସେସମସ୍ତେ ପାରଦାରିକ; ସେମାନେ ରୁଟୀ ପ୍ରସ୍ତୁତକାରୀ ଦ୍ଵାରା ଉତ୍ତପ୍ତ ତନ୍ଦୁର ସ୍ଵରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ଉସ୍କାଇବାରୁ ନିବୃତ୍ତ ହୁଏ ।
5
ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା ।
6
କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତୁନ୍ଦୁରୁ ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର ରୁଟୀ ପ୍ରସ୍ତୁତକାରୀ ରାତ୍ରିଯାକ ନିଦ୍ରିତ ହୁଏ; ପ୍ରାତଃକାଳରେ ତାହା ପ୍ରଜ୍ଵଳିତ ଅଗ୍ନି ପରି ଜ୍ଵଳଇ ।
7
ସେସମସ୍ତେ ତୁନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସବୁ ରାଜାମାନେ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
8
ଇଫ୍ରୟିମ ଗୋଷ୍ଠୀଗଣ ମଧ୍ୟରେ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଲେଉଟା ନୋହିବା ପିଷ୍ଟକ ତୁଲ୍ୟ ।
9
ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ଵକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ ।
10
ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏସବୁ ଘଟିଲେ ହେଁ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି ।
11
ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି, ।
12
ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ।
13
ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ହେଁ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି ।
14
ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି ।
15
ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ହେଁ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି ।
16
ସେମାନେ ଫେରି ଆସନ୍ତି ପ୍ରମାଣ, ମାତ୍ର ଊର୍ଦ୍ଧ୍ଵସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କର ଅଧିପତିମାନେ ଆପଣା ଆପଣା ଜିହ୍ଵାର ପ୍ରଚଣ୍ତତା ହେତୁରୁ ଖଡ଼୍ଗ ଦ୍ଵାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 8 →
All chapters:
1
2
3
4
5
6
7
8
9
10
11
12
13
14