bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
James 2
James 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।
2
କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,
3
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହ,
4
କିମ୍ଵା ମୋହର ଗୋଡ଼ ତଳେ ବସ୍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
5
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ଵର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ଵାସରୂପ ଧନରେ ଧନୀ ହେବା ପାଇଁ, ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
6
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
7
ଯେଉଁ ମହତ୍ ନାମରେ ତୁମ୍ଭେମାନେ ଖ୍ୟାତ, ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
8
ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
9
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ ।
10
କାରଣ ଯେକେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ତନୀୟ ହୁଏ ।
11
ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ ।
12
ସ୍ଵାଧୀନତାର ବ୍ୟବସ୍ଥା ଦ୍ଵାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହିପ୍ରକାର କଥା କୁହ ଓ କାର୍ଯ୍ୟ କର ।
13
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ ।
14
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ଵାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ଵାସ କଅଣ ତାହାର ପରିତ୍ରାଣ କରି ପାରେ?
15
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
16
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛିହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
17
ସେହିପରି ମଧ୍ୟ ବିଶ୍ଵାସ, କର୍ମ ବିନା ନିଜେ ମୃତ ।
18
କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ଵାସ ଅଛି, ପୁଣି ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ଵାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ଵାରା ତୁମ୍ଭକୁ ମୋହର ବିଶ୍ଵାସ ଦେଖାଇବି ।
19
ଈଶ୍ଵର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ଵାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ଵାସ କରି ଥରହର ହୁଅନ୍ତି ।
20
କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ଵାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ?
21
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହୋଇ ନ ଥିଲେ?
22
ତୁମ୍ଭେ ଦେଖୁଅଛ ଯେ, ବିଶ୍ଵାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ଵାରା ବିଶ୍ଵାସ ସିଦ୍ଧ ହେଲା;
23
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି ସେ ଈଶ୍ଵରଙ୍କ ମିତ୍ର ବୋଲି ଖ୍ୟାତ ହେଲେ ।
24
କେବଳ ବିଶ୍ଵାସ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ ।
25
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ?
26
କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5