bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 2
Jeremiah 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 3 →
1
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2
ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ ।
3
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ଵରୂପ ଥିଲା । ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି ।
4
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
5
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?
6
ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ ।
7
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ ।
8
ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ ।
9
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା ।
10
ପାର ହୋଇ କିତ୍ତୀୟମାନଙ୍କର ଦ୍ଵୀପସମୂହକୁ ଯାଇ ଦେଖ, ଆଉ କେଦରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?
11
ଦେବତାମାନେ ଈଶ୍ଵର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ଵରୂପଙ୍କୁ ବଦଳ କରିଅଛନ୍ତି⇧ ।
12
ହେ ଆକାଶମଣ୍ତଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି ।
13
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ଵରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣା-ମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ ।
14
ଇସ୍ରାଏଲ କି ଦାସ? ସେ କି ଗୃହଜାତ କିଙ୍କର? ସେ କାହିଁକି ଲୁଟଦ୍ରବ୍ୟ ହୋଇଅଛି?
15
ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି ।
16
ଆହୁରି ନୋଫର ଓ ତଫନହେଷର ସନ୍ତାନଗଣ ତୁମ୍ଭ ମସ୍ତକର ତାଳୁଆ ଭାଙ୍ଗି ପକାଇ ଅଛନ୍ତି ।
17
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
18
ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
19
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ ।
20
ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ⇧ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ ।
21
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିରୂପେ ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
22
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି ।
23
ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
24
ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ଵେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳା; କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ ।
25
ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି ।
26
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
27
ସେମାନେ ଖଣ୍ତେ କାଠମୁଣ୍ତାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା ଓ ପଥରକୁ କହନ୍ତି, ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ; ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ମାତ୍ର ବିପଦ ସମୟରେ ସେମାନେ କହିବେ, ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର ।
28
ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି⇧ ।
29
ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ ।
30
ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ଼୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣକୁ ଗ୍ରାସ କରିଅଛି ।
31
ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ଵରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ଵରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ଆମ୍ଭେମାନେ ବନ୍ଧନଛିଣ୍ତା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?
32
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି ।
33
ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ ।
34
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ ।
35
ତଥାପି ତୁମ୍ଭେ କହିଲ, ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି । ତୁମ୍ଭେ କହୁଅଛ, ଆମ୍ଭେ ପାପ କରି ନାହୁଁ, ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା ।
36
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛଣ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ ।
37
ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52