bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 22
Jeremiah 22
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 23 →
1
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା ଣକୁହ ।
2
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
3
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ ।
4
କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ ।
5
ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ ।
6
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା ।
7
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ ।
8
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?
9
ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ ।
10
ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ ।
11
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
12
ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ ।
13
ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
14
ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରୀମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ସିନ୍ଦୂର ବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
15
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା ।
16
ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା । ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
17
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ ।
18
ଏହେତୁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଲୋକମାନେ, ହାୟ, ଆମ୍ଭର ଭାଇଣ! ଅବା ହାୟ, ଭଉଣୀଣ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁଣ! ଅବା ହାୟ, ତାଙ୍କର ମହିମା! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ ।
19
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ ।
20
ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି ।
21
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି ।
22
ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ ।
23
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ ।
24
ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
25
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା ।
26
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା । ଆଉ, ସେଠାରେ ତୁମ୍ଭେମାନେ ମରିବ ।
27
ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ ।
28
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ ।
29
ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
30
ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52