bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 25
Jeremiah 25
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 26 →
1
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;
2
ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
3
ଆମୋନର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ ।
4
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ ।
5
ମୁଁ କହିଅଛି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
6
ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ ।
7
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କରିଅଛ ।
8
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
9
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
10
ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରର ରବ ଓ କନ୍ୟାର ରବ, ଚକିର ଶଦ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା ।
11
ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ଵ କରିବେ ।
12
ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟ-ମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦା କାଳ ଧ୍ଵଂସସ୍ଥାନ କରିବା ।
13
ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ଵାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା ।
14
କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା ।
15
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋତେ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ ।
16
ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ଼୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ ।
17
ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
18
ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶଦ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି ।
19
ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
20
ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଉଷ୍ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘଷା ଓ ଇକ୍ରୋଣ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
21
ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
22
ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ଵୀପର ସମସ୍ତ ରାଜାଙ୍କୁ;
23
ଦଦାନ୍ ଓ ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ତନକାରୀ ସମସ୍ତ ଲୋକଙ୍କୁ;
24
ପୁଣି, ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
25
ଆଉ, ସିମ୍ରୀର ସମସ୍ତ ରାଜାଙ୍କୁ ଓ ଏଲମର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
26
ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ଏକଆରେକର ସହିତ ଓ ଭୂମଣ୍ତଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ ।
27
ଆଉ, ତୁମ୍ଭେ ସେମାନଙ୍କୁ କହିବ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ଼୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ ।
28
ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ ।
29
କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତା; ଅଦଣ୍ତିତ ହେବ? ତୁମ୍ଭେମାନେ ଅଦଣ୍ତିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ଵୀନିବାସୀ ସମସ୍ତଙ୍କ ଉପରେ ଖଡ଼୍ଗ ଆହ୍ଵାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
30
ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଊର୍ଦ୍ଧ୍ଵରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ ।
31
ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ଵନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ଼୍ଗରେ ସମର୍ପଣ କରିବେ, ଏହା ସଦାପ୍ରଭୁ କହନ୍ତି ।
32
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରା; ସୀମାରୁ ଏକ ମହାତୋଫାନ ଉଠିବ ।
33
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ; ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ,ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ନୋହିବେ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ ।
34
ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା-ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ତ ଖଣ୍ତ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ ।
35
ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ ।
36
ମେଷପାଳକମାନଙ୍କର କ୍ରନ୍ଦନର ଶଦ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶଦ୍ଦ ଶୁଣାଯାଏ । କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି ।
37
ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶଦ୍ଦ ହେଉଅଛି ।
38
ସେ ସିଂହ ତୁଲ୍ୟଆପଣା ଗହ୍ଵର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ଼୍ଗର ଭୟଙ୍କରତା ହେତୁରୁ ଓ ତାହାଙ୍କର ପ୍ରଚଣ୍ତ କ୍ରୋଧ ହେତୁରୁ ଦେଶ ବିସ୍ମୟସ୍ଥାନ ହୋଇଅଛି ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52