bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 3
Jeremiah 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 4 →
1
ଲୋକେ କହନ୍ତି, କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟରୁ ଯାଇ ଯେବେ ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ଵାମୀ କି ପୁନର୍ବାର ତାହା ନିକଟକୁ ଯିବ? ଗଲେ, ସେହି ଦେଶ କି ଅତ୍ୟ; ଅଶୁଚି ନୋହିବ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ⇧? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
2
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ⇧ ।
3
ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ ।
4
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
5
ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ ।
6
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ ।
7
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା ।
8
ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା⇧ ।
9
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା ।
10
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି ।
11
ଆଉ, ସଦାପ୍ରଭୁ ମୋତେ କହିଲେ, ବିପଥ-ଗାମିନୀ ଇସ୍ରାଏଲ ବିଶ୍ଵାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି ।
12
ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ ।
13
ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ଵୀକାର କର⇧ ।
14
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ଵାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
15
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ ।
16
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ ।
17
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ ।
18
ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ⇧ ଆସିବେ ।
19
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ ।
20
ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ ।
21
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି ।
22
ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ ।
23
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି ।
24
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି ।
25
ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କରି ନାହୁଁ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52