bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 37
Jeremiah 37
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 36
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 38 →
1
ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା ।
2
ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ ।
3
ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।
4
ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ ।
5
ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ ।
6
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
7
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ ।
8
ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ ।
9
ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ ।
10
ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ହେଁ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ ।
11
କଲ୍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,
12
ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ ।
13
ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ ।
14
ସେତେବେଳେ ଯିରିମୀୟ କହିଲେ, ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ; ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା ।
15
ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ ।
16
ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରୀରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ ।
17
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି? ତହିଁରେ ଯିରିମୀୟ କହିଲେ, ଆସିଅଛି । ସେ ଆହୁରି କହିଲେ, ଆପଣ ବାବିଲ-ରାଜାର ହସ୍ତରେ ସମର୍ପିତ ହେବେ ।
18
ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
19
ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
20
ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ ।
21
ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ । ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।
← Chapter 36
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 38 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52