bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 51
Jeremiah 51
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 50
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 52 →
1
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା ।
2
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
3
ଧନୁର୍ଦ୍ଧର ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର ।
4
ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ତରେ ବିଦ୍ଧ ହୋଇ ପଡ଼ିବେ ।
5
କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି ।
6
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ ।
7
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି ।
8
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ ।
9
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି ।
10
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର କ୍ରିୟା ପ୍ରକାଶ କରୁ ।
11
ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ ।
12
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ଵଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି ।
13
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ଵର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ ।
14
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ ।
15
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି ।
16
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ତାର-ସମୂହରୁ ବାୟୁ ବାହାର କରି ଆଣନ୍ତି ।
17
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ଵାସବାୟୁ ନାହିଁ ।
18
ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ ।
19
ଯେ ଯାକୁବର ବାଣ୍ଟସ୍ଵରୂପ, ସେ ଏସବୁର ପରି ନୁହନ୍ତି । କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ଵରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
20
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ଵରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ଵାରା ନାନା ଗୋଷ୍ଠୀଙ୍କି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ନାନା ରାଜ୍ୟକୁ ସଂହାର କରିବା;
21
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ଅଶ୍ଵ ଓ ତଦାରୋହୀକି ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକି ଚୂର୍ଣ୍ଣ କରିବା;
22
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
23
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ଵାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା ।
24
ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀ-ସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି ।
25
ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକି ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା ।
26
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ଵଂସସ୍ଥାନ ହୋଇ ରହିବ ।
27
ତୁମ୍ଭେମାନେ ଦେଶରେ ଧ୍ଵଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଅରାରଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ,, ତାହାର ବିରୁଦ୍ଧରେ ସେନାପତି ବର୍ଗକୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ଵଗଣକୁ ପଠାଅ ।
28
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜଗଣକୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ଵାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର ।
29
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି ।
30
ବାବିଲର ବୀରଗଣ ଯୁଦ୍ଧରୁ କ୍ଷା; ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀଗଣର ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି ।
31
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ଵାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
32
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି ।
33
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ ।
34
ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ଵରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି ।
35
ସିୟୋନ ନିବାସିନୀ କହିବ, ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ ଓ ଯିରୂଶାଲମ କହିବ, ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ ।
36
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା । ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
37
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶଦ୍ଦର ବିଷୟ ଓ ନିବାସୀବିହୀନ ହେବ ।
38
ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ ।
39
ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗତିକ ହେବେ ନାହିଁ ।
40
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗ-ମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା ।
41
ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ଵଂସସ୍ଥାନ ହୋଇଅଛି!
42
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି ।
43
ତାହାର ନଗରସକଳ ଧ୍ଵଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ ।
44
ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ ।
45
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ ।
46
ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ ।
47
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି ।
48
ସେସମୟରେ ସ୍ଵର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ ।
49
ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ ।
50
ହେ ଖଡ଼୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ ।
51
ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି ।
52
ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ ।
53
ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ ।
54
ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶଦ୍ଦ ଉଠୁଅଛି!
55
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷା; କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ୦ସେମାନଙ୍କର କଲ୍ଲୋଳ ଧ୍ଵନି ଶୁଣା ଯାଉଅଛି ।
56
କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ତ ଖଣ୍ତ ହୋଇ ଭଙ୍ଗା ହୋଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ଵର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ ।
57
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ।
58
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳା; ହେବେ ।
59
ଯିହୁଦାର ରାଜା ସିଦିକୀୟର ଅଧିକାରର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତା; । ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା ।
60
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ପୁସ୍ତକରେ ଲେଖିଲେ ।
61
ପୁଣି, ଯିରିମୀୟ ସରାୟକୁ କହିଲେ, ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
62
ଆଉ କହିବ, ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ଵଂସସ୍ଥାନ ହେବ ।
63
ପୁଣି, ଏହି ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ତେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
64
ଆଉ, ତୁମ୍ଭେ କହିବ, ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳା; ହେବେ । ଯିରିମୀୟଙ୍କ ବାକ୍ୟ ଏତିକି ।
← Chapter 50
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 52 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52