bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 52
Jeremiah 52
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 51
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
1
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୂଟଲ, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା ।
2
ଆଉ, ସେ ଯିହୋୟାକୀମର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା ।
3
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା । ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
4
ଅନନ୍ତର ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ ।
5
ତହୁଁ ସିଦିକୀୟ ରାଜାର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା ।
6
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ ।
7
ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ଵାର-ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା-ପଥ ଦେଇ ଚାଲିଗଲେ ।
8
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁଛିନ୍ନଭିନ୍ନ ହୋଇଗଲେ ।
9
ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା କତିକି ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ତାଜ୍ଞା କଲା ।
10
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା ।
11
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଲରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା ।
12
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ତାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲାି ।
13
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା ।
14
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ ।
15
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତା; ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା ।
16
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା ।
17
ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ର-ରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ ।
18
ଆହୁରି, ସେମାନେ ହାଣ୍ତି ଓ କରଚୁଲି, କତୁରୀ ଓ କୁଣ୍ତ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ ।
19
ପ୍ରହରୀବର୍ଗର ସେନାପତି ତାଟିଆ ଓ ଅଙ୍ଗାରଧାନୀ ଓ କୁଣ୍ତ ଓ ହାଣ୍ତି ଓ ଦୀପବୃକ୍ଷ ଓ ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା ।
20
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ଵାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା ।
21
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା ।
22
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ତାଳି ଥିଲା, ସେହି ମୁଣ୍ତାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ତାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ଵାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ଵିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ଵ ଥିଲା ।
23
ପାର୍ଶ୍ଵରେ ଛୟାନବେ ଡାଳିମ୍ଵ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକଶତ ଡାଳିମ୍ଵାକୃତି ଥିଲା ।
24
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ଵିତୀୟ ଯାଜକ ସଫନୀୟକୁ, ଆଉ ତିନିଜଣ ଦ୍ଵାରପାଳକୁ ଧରିଲା ।
25
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକକୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା ।
26
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଳାକୁ ବାବିଲ ରାଜା କତିକି ନେଇଗଲା ।
27
ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଳାରେ ସେମାନଙ୍କୁ ଆଘାତ କରି ବଧ କଲା । ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା ।
28
ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
29
ନବୂଖଦ୍ନିତ୍ସରର ଅଧିକାରର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
30
ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ ।
31
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
32
ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
33
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା ।
34
ପୁଣି, ତାହାର ଦିନପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା ।
← Chapter 51
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52