bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 13
Job 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 14 →
1
ଦେଖ, ମୋହର ଚକ୍ଷୁ ଏସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି ।
2
ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ ।
3
ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ଵରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ ।
4
ମାତ୍ର ତୁମ୍ଭେମାନେ ମିଥ୍ୟାବାକ୍ୟରଚକ, ତୁମ୍ଭେ ସମସ୍ତେ ମୂଲ୍ୟହୀନ ବୈଦ୍ୟ ।
5
ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହ;! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା ।
6
ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର ।
7
ତୁମ୍ଭେମାନେ କʼଣ ପରମେଶ୍ଵରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
8
ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ଵରଙ୍କ ପକ୍ଷରେ ବିରୋଧ କରିବ?
9
ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
10
ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ ।
11
ତାହାଙ୍କର ମହତ୍ତ୍ଵ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
12
ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ ।
13
ତୁମ୍ଭେମାନେ ନୀରବ ହୁଅ, ମୋତେ ଛାଡ଼, ମୁଁ କଥା କହିବି, ତହିଁରେ ମୋହର ଯାହା ହେବ, ହେଉ ।
14
ମୁଁ କାହିଁକି ଆପଣା ଦନ୍ତରେ ଆପଣା ମାଂସ ଧରିବି ଓ ଆପଣା ହସ୍ତରେ ଆପଣା ପ୍ରାଣ ରଖିବି?
15
ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି ।
16
ଏହା ହିଁ ମୋହର ମୁକ୍ତି ସ୍ଵରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ ।
17
ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ ।
18
ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି ।
19
ମୋʼ ସଙ୍ଗେ ଯେ ବିବାଦ କରିବ, ସେ କିଏ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି ।
20
କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ ।
21
ତୁମ୍ଭ ହସ୍ତ ମୋʼଠାରୁ ଦୂରକୁ କାଢ଼ିନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ ।
22
ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ ।
23
ମୋହର ଅପରାଧ ଓ ପାପ କେତେ? ମୋହର ଅଧର୍ମ ଓ ପାପ ମୋତେ ଜଣାଅ ।
24
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
25
ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
26
କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁ ଅଛ ଓ ମୋʼ ଯୌବନ-କାଳର ଅପରାଧ ଭୋଗ କରାଉଅଛ;
27
ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
28
ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42