bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 15
Job 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 16 →
1
କଥୋପକଥନ: ଦ୍ଵିତୀୟ ପର୍ଯ୍ୟାୟ ଇଲୀଫସ୍ - ଆୟୁବଠାରେ ଈଶ୍ଵର ଭୟ ନାହିଁ ଏଥି ଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2
ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
3
ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
4
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ଵରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ ।
5
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ ।
6
ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି ।
7
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
8
ତୁମ୍ଭେ କʼଣ ପରମେଶ୍ଵରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
9
ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
10
ପକ୍ଵକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି ।
11
ପରମେଶ୍ଵରଙ୍କ ସାନ୍ତ୍ଵନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
13
ଯେ, ତୁମ୍ଭେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଚିଅାଁଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
14
ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ଵାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ତଳ ନିର୍ମଳ ନୁହେଁ ।
16
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17
ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କ-ଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ ।
21
ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ;
22
ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ଵାସ କରେ ନାହିଁ ଓ ସେ ଖଡ଼୍ଗ ନିମନ୍ତେ ଅପେକ୍ଷିତ;
23
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ ।
24
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25
କାରଣ ସେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
27
ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
28
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା ।
29
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ ।
30
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ଵାସରେ ଉଡ଼ିଯିବ ।
31
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ଵାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ ।
32
ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ ।
33
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ଵ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ ।
34
କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ଵୁସବୁ ଗ୍ରାସ କରିବ ।
35
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42