bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 22
Job 22
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 23 →
1
ତୃତୀୟ କଥୋପକଥନ ଇଲୀଫସ୍ - ଆୟୁବର ଦୁଷ୍ଟତା ଅଧିକ ଅନନ୍ତର ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2
ମନୁଷ୍ୟ କʼଣ ପରମେଶ୍ଵରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ ।
3
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
4
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
5
ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ ।
6
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ ।
7
ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ ।
8
ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା ।
9
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି ।
10
ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି ।
11
ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି ।
12
ପରମେଶ୍ଵର କʼଣ ଉଚ୍ଚତମ ସ୍ଵର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
13
ପୁଣି, ତୁମ୍ଭେ କହୁଅଛ, ପରମେଶ୍ଵର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?
14
ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ତଳରେ ଗମନାଗମନ କରନ୍ତି ।
15
ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?
16
ସେମାନେ ଅକାଳରେ ଛିଣ୍ତାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲାନ୍ତ
17
ସେମାନେ ପରମେଶ୍ଵରଙ୍କୁ କହିଲେ, ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କʼଣ କରି ପାରନ୍ତି?
18
ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ ।
19
ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
20
ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି ।
21
ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ଵାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ ।
22
ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର ।
23
ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ଵୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ ।
24
ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ;
25
ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ଵରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ଵରୂପ ହେବେ ।
26
କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କ-ଠାରେ ଆନନ୍ଦ କରିବ ଓ ପରମେଶ୍ଵରଙ୍କ ଆଡ଼େ ଆପଣା ମୁଖ ଟେକିବ ।
27
ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ ।
28
ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ ।
29
ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ ।
30
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ଵାରା ସେ ଉଦ୍ଧାର ପାଇବ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42