bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 30
Job 30
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 31 →
1
ମାତ୍ର ଏବେ ମୋʼ ଅପେକ୍ଷା ଅଳ୍ପବୟସ୍କ ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି ।
2
ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି ।
3
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି ।
4
ସେମାନେ ବୁଦା ନିକଟରୁ ବିସ୍ଵାଦୁ ଶାକ ଛିଣ୍ତାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର ।
5
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି ।
6
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ ।
7
ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ତ ହୁଅନ୍ତି ।
8
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ ।
9
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ଵରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ଵରୂପ ହୋଇଅଛି ।
10
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ ।
11
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି ।
12
ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି ।
13
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି ।
14
ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି ।
15
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି ।
16
ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରା; କରିଅଛି ।
17
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ ।
18
ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ ।
19
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି ।
20
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ ।
21
ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ ।
22
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ ।
23
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ ।
24
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ ।
25
ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା ।
27
ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି ।
28
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ ।
29
ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି ।
30
ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି ।
31
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ଵରରେ ପରିଣତ ହୋଇଅଛି ।
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42