bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 33
Job 33
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 34 →
1
ଯାହା ହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର ।
2
ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ଵା ମୋʼ ମୁଖ ଭିତରେ କଥା କହିଅଛି ।
3
ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ ।
4
ପରମେଶ୍ଵରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ଵାସ ମୋତେ ଜୀବନ ଦିଅନ୍ତି ।
5
ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ ।
6
ଦେଖ, ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି ।
7
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ ।
8
ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
9
ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼଠାରେ ଅଧର୍ମ ନାହିଁ;
10
ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
11
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି ।
12
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ଵର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି ।
13
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛଣ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ ।
14
ପରମେଶ୍ଵର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ
15
ସ୍ଵପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
16
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
17
ତଦ୍ଦ୍ଵାରା ସେ ମନୁଷ୍ୟକୁ ତାହାର ସଙ୍କଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି ।
18
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ଼୍ଗାଘାତରୁ ଅଟକାଇ ରଖନ୍ତି ।
19
ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ଵାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ଵାରା ଶାସ୍ତି ପାଏ;
20
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ଵାଦୁ ଭକ୍ଷ୍ୟକୁ ଘୃଣା କରେ ।
21
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ ।
22
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ ।
23
ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
24
ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ-ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି ।
25
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନଦିନ ପୁନର୍ବାର ପାଇବ;
26
ସେ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି ।
27
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
28
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ ।
29
ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
30
ପରମେଶ୍ଵର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି ।
31
ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି ।
32
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା ।
33
ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି ।
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42