bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 38
Job 38
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 37
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 39 →
1
ଅନନ୍ତର ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
2
ଏ କିଏ ଯେ, ଜ୍ଞାନରହିତ କଥା ଦ୍ଵାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?
3
ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ ।
4
ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ ।
5
ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
6
କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
7
ଓ ପରମେଶ୍ଵରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ଵନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?
8
ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ଵରୂପ
9
ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ଵରୂପ କଲୁ,
10
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
11
ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?
12
ଯେପରି ପ୍ରଭାତ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅବଲମ୍ଵନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
13
ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟସ୍ଥାନ ଜଣାଇଅଛ?
14
ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
15
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ ।
16
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
17
ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ଵାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁଛାୟାର ଦ୍ଵାରସବୁ ଦେଖିଅଛ?
18
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯେବେ ଜାଣ, ପ୍ରକାଶ କର ।
19
ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ?
20
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
21
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
22
ତୁମ୍ଭେ ହିମଭଣ୍ତାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
23
ତହିଁର ଭଣ୍ତାର କି ତୁମ୍ଭେ ଦେଖିଅଛ?
24
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
25
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଦ୍ୟୁତ ନିମନ୍ତେ ପଥ କାଟି
26
କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
27
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
28
ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର-ବିନ୍ଦୁସବୁ ଜାତ କରିଅଛି?
29
କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
30
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ ।
31
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
32
ତୁମ୍ଭେ କି ରାଶିଗଣକୁ ସ୍ଵ ସ୍ଵ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ଵାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
33
ତୁମ୍ଭେ କି ଆକାଶମଣ୍ତଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ଵ ସ୍ଥାପନ କରିପାର?
34
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
35
ବିଦ୍ୟୁତମାଳା ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?
36
କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି?
37
କିଏ ଜ୍ଞାନ ଦ୍ଵାରା ମେଘମାଳ ଗଣନା କରିପାରେ?
38
ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ?
39
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବାସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତସ୍ଥାନରେ ଥିବା ବେଳେ
40
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
41
ଡାମରା କାଉର ଛୁଆମାନେ ପରମେଶ୍ଵରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?
← Chapter 37
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 39 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42