bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 6
Job 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 7 →
1
ଏଥିରେ ଆୟୁବ ଉତ୍ତର କରି କହିଲା,
2
ଆହା, ଯେବେ ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!
3
ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି ।
4
କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ଵରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି⇧ ।
5
ଘାସ ଥିଲେ କʼଣ ବନ୍ୟଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ?
6
ଅସ୍ଵାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଅଣ୍ତା ଲାଳରେ କି କିଛି ସ୍ଵାଦ ଅଛି?
7
ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ଵରୂପ ।
8
ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ଵର ମୋତେ ଦିଅନ୍ତେ ।
9
ହଁ, ଯେବେ ପରମେଶ୍ଵର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
10
ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ଵନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟ; ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ଵୀକାର କରି ନାହିଁ ।
11
ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?
12
ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ?
13
ମୋʼ ଦ୍ଵାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?
14
କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ ।
15
ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
16
ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;
17
ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ଵସ୍ଥାନରୁ ଅନ୍ତର୍ହିତ ହୁଏ ।
18
ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକି ଯାଇ ବିନଷ୍ଟ ହୁଅନ୍ତି ।
19
ତେମାର ପଥିକଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀଦଳ ତହିଁ ପାଇଁ ଅପେକ୍ଷା କଲେ ।
20
ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ ।
21
ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ ।
22
ମୋତେ କିଛି ଦିଅ, ଅବା ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ ।
23
କିଅବା ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର, ଅଥବା ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?
24
ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ ।
25
ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?
26
ତୁମ୍ଭେମାନେ କʼଣ ଶଦ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ ।
27
ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ ।
28
ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ ।
29
ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ ।
30
ମୋʼ ଜିହ୍ଵାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42