bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 1
John 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
1
ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ ।
2
ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ ।
3
ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
4
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
5
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ଵଲ୍ୟମାନ ହୋଇ-ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।
6
ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।
7
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
8
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
9
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
10
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।
11
ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
12
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ ।
14
ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ ।
15
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
16
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
17
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା ।
18
କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
19
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ,
20
ସେ ସ୍ଵୀକାର କଲେ, ଅସ୍ଵୀକାର କଲେ ନାହିଁ; ସେ ସ୍ଵୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।
21
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା ।
22
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
23
ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର ।
24
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
25
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
26
ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
27
ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
28
ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା ।
29
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି ।
30
ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
31
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
32
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
33
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
34
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ଵରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
35
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
36
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ ।
37
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
38
ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କଅଣ ଖୋଜୁଅଛ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
39
ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।
40
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
41
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ ।
42
ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
43
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
44
ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।
45
ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
46
ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।
47
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।
48
ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।
49
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।
50
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ ।
51
ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21