bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 14
John 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 15 →
1
ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ଵରଙ୍କଠାରେ ବିଶ୍ଵାସ କର, ମୋʼଠାରେ ମଧ୍ୟ ବିଶ୍ଵାସ କର ।
2
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
3
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।
4
ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ ।
5
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
6
ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
7
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।
8
ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୋ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
9
ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
10
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼଠାରେ ଅଛନ୍ତି, ଏ କଥା କଅଣ ବିଶ୍ଵାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼଠାରେ ଥାଇ ଆପଣା କର୍ମ କରୁଅଛନ୍ତି ।
11
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼଠାରେ ଅଛନ୍ତି, ମୋହର ଏହି କଥା ବିଶ୍ଵାସ କର, ନତୁବା କର୍ମ ଯୋଗୁ ହେଲେ ବିଶ୍ଵାସ କର ।
12
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼଠାରେ ଯେ ବିଶ୍ଵାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେସବୁ ଅପେକ୍ଷା ଅଧିକ ମହତ୍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ।
13
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ଵିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି ।
14
ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି ।
15
ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।
16
ଆଉ, ମୁଁ ପିତାଙ୍କୁ ଅନୁରୋଧ କରିବି, ପୁଣି ତୁମ୍ଭମାନଙ୍କ ସାଙ୍ଗରେ ଚିରକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କି,
17
ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ଵା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି ସେ ତୁମ୍ଭମାନଙ୍କ ଅନ୍ତରେ ରହିବେ ।
18
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି ।
19
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ ।
20
ମୁଁ ଯେ ମୋହର ପିତାଙ୍କଠାରେ ପୁଣି ତୁମ୍ଭେମାନେ ଯେ ମୋʼଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେଦିନ ତୁମ୍ଭେମାନେ ଜାଣିବ ।
21
ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି ।
22
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
23
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।
24
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।
25
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଲି ।
26
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।
27
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ ।
28
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ୍ ।
29
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ଵାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି ।
30
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼଠାରେ ତାହାର କିଛି ହିଁ ନାହିଁ;
31
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21