bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 15
John 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
1
ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି ମୋହର ପିତା କୃଷକ ।
2
ମୋʼଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।
3
ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ ।
4
ମୋʼଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼଠାରେ ନ ରହିଲେ ଫଳ ଫଳି ପାର ନାହିଁ ।
5
ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରି ପାର ନାହିଁ ।
6
କେହି ଯେବେ ମୋʼଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ ।
7
ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।
8
ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ ।
9
ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ ।
10
ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ ।
11
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।
12
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା ।
13
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ ।
14
ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ ।
15
ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି ।
16
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
17
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି ।
18
ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ ।
19
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ସ୍ନେହ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ ।
20
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।
21
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ ।
22
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା-ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ ।
23
ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ ।
24
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।
25
ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି ।
26
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବହିର୍ଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
27
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21