bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 18
John 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 19 →
1
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
2
ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହିସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେସ୍ଥାନକୁ ଯାଉଥିଲେ ।
3
ଅତଏବ, ଯିହୂଦା ସୈନ୍ୟଦଳ ପୁଣି ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
4
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
5
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
6
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
7
ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ? ସେମାନେ କହିଲେ, ନାଜରିତୀୟ ଯୀଶୁକୁ ।
8
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
9
ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।
10
ଶିମୋନ ପିତରଙ୍କ ପାଖରେ ଖଣ୍ତା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ ।
11
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ତା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?
12
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
13
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ଵଶୁର ଥିଲେ ।
14
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।
15
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
16
କିନ୍ତୁ ପିତର ବାହାରେ ଦ୍ଵାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ଵାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
17
ସେଥିରେ ସେହି ଦ୍ଵାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ ।
18
ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ ।
19
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ଵନ୍ଧରେ ପଚାରିଲେ ।
20
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
21
ମୋତେ କାହିଁକି ପଚାରୁ ଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି ।
22
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
23
ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?
24
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।
25
ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ଵୀକାର କରି କହିଲେ, ମୁଁ ନୁହେଁ ।
26
ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
27
ସେଥିରେ ପିତର ପୁନର୍ବାର ଅସ୍ଵୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା ।
28
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି-ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
29
ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
30
ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
31
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୁଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ତ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
32
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ ।
33
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
34
ଯୀଶୁଉତ୍ତର ଦେଲେ, ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ଵନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
35
ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ଵଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
36
ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ଵନ୍ଧୀୟ ନୁହେଁ ।
37
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେକେହି ସତ୍ୟର। ସନ୍ତାନ, ସେ ମୋହର କଥା ଶୁଣେ ।
38
ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ ।
39
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
40
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21