bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 2
John 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 3 →
1
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।;
2
ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।
3
ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ ।
4
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
5
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।
6
ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।
7
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
8
ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ ।
9
ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
10
ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।
11
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
12
ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
13
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
14
ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
15
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ;
16
ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
17
ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
18
ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
19
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
20
ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
21
କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ଵନ୍ଧରେ କହୁଥିଲେ ।
22
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ ।
23
ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ,
24
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
25
ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣୁଥିଲେ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21