bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 21
John 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
1
ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
2
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ⇧, ଜେବଦିଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
3
ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ ।
4
କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।
5
ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
6
ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।
7
ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ । ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
8
କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାହାରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇଶହ ହାତ ଦୂରରେ ଥିଲେ ।
9
ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି ତାହା ଉପରେ ଭଜା ମାଛ ଓ ରୋଟୀ ଥୁଆ ହୋଇଥିବା ଦେଖିଲେ ।
10
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ ।
11
ଶିମୋନ ପିତର ଯାଇ ଏକଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣିଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ତିଲା ନାହିଁ ।
12
ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।
13
ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
14
ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
15
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
16
ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
17
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
18
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟୀ ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟୀବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
19
ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
20
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
21
ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୋ, ଏହାର ବିଷୟରେ କଅଣ?
22
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ ।
23
ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ ।
24
ଯେ ଏହିସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହିସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ ।
25
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21