bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 3
John 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
1
ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା ।
2
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ଵରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ଵର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ ।।
3
ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ ।
4
ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କିପ୍ରକାର ଜନ୍ମ ହୋଇ ପାରେ? ସେ କଅଣ ଦ୍ଵିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ?
5
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
6
ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା ।
7
ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ ।
8
ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶଦ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ଵନ୍ଧରେ ସେହିପ୍ରକାର ।
9
ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇ ପାରେ?
10
ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
11
ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।
12
ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ଵାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ଵର୍ଗୀୟ ବିଷୟ କହିଲେ କିପରି ବିଶ୍ଵାସ କରିବ?
13
ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ଵର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ଵର୍ଗାରୋହଣ କରି ନାହିଁ ।
14
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ,
15
ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ ।
16
କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ ।
17
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।
18
ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ ।
19
ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।
20
କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ ।
21
କିନ୍ତୁ ଯେକେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ଵରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ ।
22
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୁଦା ପ୍ରଦେଶକୁ ଗଲେ, ଆଉ ସେ ସେସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ।।ଦେବାକୁ ଲାଗିଲେ ।
23
ଯୋହନ ମଧ୍ୟ ଶାଲମ ନିକଟସ୍ଥ ଏନୋନରେ ବାପ୍ତିସ୍ମଦେଉଥିଲେ, କାରଣ ସେସ୍ଥାନରେ ବହୁତ ଜଳ ଥିଲା, ଆଉ ଲୋକେ ଆସି ବାପ୍ତିସ୍ମ ଗ୍ରହଣ କରୁଥିଲେ ।
24
ଯେଣୁ ଯୋହନ ସେପର୍ଯ୍ୟନ୍ତ କାରାଗାରରେ ନିକ୍ଷିପ୍ତ ହୋଇ ନ ଥିଲେ ।
25
ସେଥିମଧ୍ୟରେ ଶୌଚକ୍ରିୟା ସମ୍ଵନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା ।
26
ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ଵନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି ।
27
ଯୋହନ ଉତ୍ତର ଦେଲେ, ସ୍ଵର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।
28
ମୁଁ ଯେ ଖ୍ରୀଷ୍ଟ ନୁହେ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ ।
29
ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ଵର ସକାଶେ ଅତ୍ୟ; ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।
30
ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ ।
31
ଯେ ଊର୍ଦ୍ଧ୍ଵରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ଵର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।
32
ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।
33
ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ଵର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି ।
34
କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।
35
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି ।
36
ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21