bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
John 7
John 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 8 →
1
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
2
କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
3
ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୁଦା ପ୍ରଦେଶକୁ ଯାଅ,
4
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
5
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ ।
6
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
7
ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।
8
ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ ।
9
ସେ ସେମାନଙ୍କୁ ଏହିସମସ୍ତ କଥା କହି ଗାଲିଲୀରେ ରହିଲେ ।
10
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକପ୍ରକାର ଗୋପନରେ ।
11
ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
12
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
13
ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ ।
14
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
15
ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ତିତ ହେଲା?
16
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର ।
17
କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।
18
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
19
ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?
20
ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
21
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
22
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
23
ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
24
ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।
25
ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
26
ପୁଣି ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି । ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
27
ଯାହାହେଉ, ଏହାର ଉତ୍ପତ୍ତି ଆମ୍ଭେମାନେ ଜାଣୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ ତାହାଙ୍କ ଉତ୍ପତ୍ତି କେହି ଜାଣିବ ନାହିଁ ।
28
ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚ ସ୍ଵରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ୍, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
29
ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ ।
30
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
31
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କ-ଠାରେ ବିଶ୍ଵାସ କରି କହିବାକୁ ଲାଗିଲେ, ଏ ଯେସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
32
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
33
ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
34
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ⇧ ⇧ ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ ।
35
ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
36
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କଅଣ?
37
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ ।
38
ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
39
ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
40
ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।
41
ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
42
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
43
ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
44
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
45
ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
46
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
47
ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ?
48
ନେତାମାନଙ୍କ ମଧ୍ୟରୁ କିମ୍ଵା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ଵାସ କରିଅଛନ୍ତି?
49
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
50
ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
51
ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
52
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
53
[ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21