bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jonah 2
Jonah 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
1
ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲେ ।
2
ଆଉ, ସେ କହିଲେ, ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ ।
3
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା ।
4
ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି ।
5
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା ।
6
ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ଵର, ତୁମ୍ଭେ ଗର୍ତ୍ତରୁ ମୋʼପ୍ରାଣକୁ ବାହାର କରି ଆଣିଲ ।
7
ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା ।
8
ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି ।
9
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ ।
10
ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 3 →
All chapters:
1
2
3
4