bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 10
Joshua 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
1
ଅନନ୍ତର ଯିହୋଶୂୟ ଅୟକୁ ହସ୍ତଗତ କରି ବର୍ଜିତ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବିୟୋନ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ ।
2
କାରଣ ଗିବିୟୋନ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ ।
3
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା,
4
ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବିୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି ।
5
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
6
ଏଥିରେ ଗିବିୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସ-ମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି ।
7
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ ।
8
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ ⇧।
9
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ ।
10
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବିୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବୈଥୋରୋଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ ।
11
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ ।
12
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ) ।
13
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା । ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ ।
14
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
15
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକି ନେଉଟି ଆସିଲେ ।
16
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ପାରେ ଆପଣାମାନଙ୍କୁ ଲୁଚାଇଲେ ।
17
ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ପାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
18
ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର ।
19
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
20
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ ।
21
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକି ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ଜିହ୍ଵା ପଜାଇଲେ ନାହିଁ ।
22
ଅନନ୍ତର ଯିହୋଶୂୟ କହିଲେ, ସେହି ଗୁମ୍ପା ମୁହଁ ମୁକୁଳା କରି ଗୁମ୍ପାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ ।
23
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ପାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ ।
24
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ । ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ ।
25
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ ।
26
ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ଵାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ ।
27
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ପାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ପା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି ।
28
ଅନନ୍ତର ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ଼୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ ।
29
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
30
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ଼୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ ।
31
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
32
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ଵିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ ।
33
ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ ।
34
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
35
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ ।
36
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
37
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ ।
38
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ ।
39
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ଼୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ ।
40
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ନିଃଶ୍ଵାସ-ପ୍ରଶ୍ଵାସଧାରୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କଲେ ।
41
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବିୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ ।
42
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
43
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକି ଫେରି ଆସିଲେ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24