bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 14
Joshua 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
1
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,
2
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ ।
3
କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ ।
4
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ । ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ ।
5
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ ।
6
ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ ।
7
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି ।
8
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି ।
9
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ ।
10
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି ।
11
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି ।
12
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି ।
13
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ ।
14
ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନୁଗତ ହୋଇଥିଲେ ।
15
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା । ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24