bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 15
Joshua 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
1
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା ।
2
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪
3
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା ।
4
ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
5
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6
ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା ।
7
ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା ।
8
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା ।
9
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା ।
10
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା ।
11
ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
12
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି ।
13
ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା ।
14
ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ ।
15
ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା ।
16
ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି ।
17
ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ ।
18
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19
ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ ।
20
ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର ।
21
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର
22
ଓ କୀନା ଓ ଦୀମୋନା ଓ ଅଦାଦା
23
ଓ କେଦଶ୍ ଓ ହାତ୍ସୋର ଓ ଯିନିନ୍;
24
ସୀଫ୍ ଓ ଟେଲମ୍ ଓ ବାଲୋତ୍
25
ଓ ହାତ୍ସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାତ୍ସୋରନ୍ତ)
26
ଅମାମ୍ ଓ ଶମା ଓ ମେଲାଦା
27
ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବୈଥ୍ପେଲଟ
28
ଓ ହତ୍ସର-ଶିୟାଲ ଓ ବେରଶେବା ଓ ବିଷିୟୋଥିୟା;
29
ବାଲା ଓ ଇୟୀମ୍ ଓ ଏତ୍ସମ୍;
30
ଇଲତୋଲଦ୍ ଓ କସୀଲ ଓ ହର୍ମା
31
ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା
32
ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର ।
33
ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା
34
ଓ ସାନୋହ ଓ ଐନ୍ଗନ୍ନୀମ ଓ ତପୂହ ଓ ଐନମ୍;
35
ଯର୍ମୂତ୍ ଓ ଅଦୁଲ୍ଲମ୍, ସୋଖୋ ଓ ଅସେକା
36
ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର ।
37
ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
38
ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ;
39
ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
40
କବ୍ବୋନ୍ ଓ ଲହମମ ଓ କିତୀଶ୍
41
ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର ।
42
ଲିବ୍ନା ଓ ଏଥର୍ ଓ ଅଶନ୍
43
ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
44
କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର ।
45
ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46
ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ ।
47
ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ।
48
ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;
49
ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
50
ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍
51
ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର ।
52
ଅରାବ୍ ଓ ଦୂମା ଓ ଇଶୀୟନ୍
53
ଓ ଯାନୁମ୍ ଓ ବୈତ୍ତପୂହ ଓ ଅଫେକା
54
ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର ।
55
ମାୟୋନ୍, କର୍ମିଲ ଓ ସୀପ୍ ଓ ଯୁଟା
56
ଓ ଯିଷ୍ରୀୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;
57
କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର ।
58
ହଲହୁଲ ଓ ବୈଥ୍ସୁର ଓ ଗଦୋର
59
ଓ ମାରତ୍ ଓ ବୈଥନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର ।
60
କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ କହନ୍ତି) ଓ ରବ୍ବାନ୍ତଏଥିର ଗ୍ରାମ ସମେତ ଦୁଇ ନଗର ।
61
ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା
62
ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର ।
63
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24