bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 18
Joshua 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 19 →
1
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା ।
2
ସେ ସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ ।
3
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?
4
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ ।
5
ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ ।
6
ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା ।
7
କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ଵ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି ।
8
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା ।
9
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ ।
10
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ ।
11
ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା । ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା ।
12
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା ।
13
ସେଠାରୁ ସେ ସୀମା ଲୁସକୁ ବା ଦକ୍ଷିଣ ଆଡ଼େ ଲୁସର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା, (ଏହାକୁ ବୈଥେଲ କହନ୍ତି); ପୁଣି ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା ।
14
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବୈଥୋରୋଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲ ବା କିରୀୟଥ୍-ଯିୟାରୀମ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା ।
15
ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା ।
16
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା ।
17
ପୁଣି ଉତ୍ତର ଦିଗରେ ଫେରି ଐନଶେମସ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା ।
18
ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ଵ ଦେଇ ପଦାଭୂମିକି ଗଡ଼ିଗଲା
19
ଓ ସେହି ସୀମା ବୈଥ୍-ଅଗ୍ଲାର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରା; ଥିଲା, ଏ ଦକ୍ଷିଣ ସୀମା ।
20
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା ।
21
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍
22
ଓ ବୈଥ୍-ଆରବା ଓ ସୀମାରୟମ୍ ଓ ବୈଥେଲ
23
ଓ ଅବ୍ବୀମ୍ ଓ ପାରା ଓ ଅଫ୍ରା,
24
କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର ।
25
ଗିବିୟୋନ ଓ ରାମା ଓ ବେରୋତ
26
ଓ ମିସ୍ପୀ ଓ କଫିରା ଓ ମୋତ୍ସା
27
ଓ ରେକମ ଓ ଯିର୍ପେଲ ଓ ତରଲା
28
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ; ଗ୍ରାମ ସମେତ ଏହି ଚଉଦ ନଗର । ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଏହି ଅଧିକାର ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24