bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 23
Joshua 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
ଅନନ୍ତର ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,
2
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ମୁଁ ବୃଦ୍ଧ ଓ ଗତବୟସ୍କ ହେଲି ।
3
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି ।
4
ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି ।
5
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ ।
6
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;
7
ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର ।
8
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଆସକ୍ତ ଥାଅ ।
9
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ ।
10
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି ।
11
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କର ।
12
ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ ରଖିତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
13
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ଵରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ଵରୂପ ହେବେ ।
14
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି । ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ ।
15
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ ।
16
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24