bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 24
Joshua 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
1
ଅନନ୍ତର ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ ।
2
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତା-ମାନଙ୍କର ସେବା କରୁଥିଲେ;
3
ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ ।
4
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ⇧ ।
5
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ଵାରା ତାହାକୁ ଦଣ୍ତ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ ।
6
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ଵାରୂଢ଼ ସୈନ୍ୟ ନେଇ ସୂଫ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ ।
7
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ, ପ୍ରାନ୍ତରରେ ବାସ କଲ ।
8
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ ।
9
ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା ।
10
ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ।
11
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପିରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
12
ଆଉ ତୁମ୍ଭର ଖଡ଼୍ଗ କି ତୁମ୍ଭର ଧନୁ ଦ୍ଵାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟ-ମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା ।
13
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ ।
14
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର ।
15
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା ।
16
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ ।
17
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି ।
18
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର ।
19
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ଵର; ସେ (ସ୍ଵଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ ।
20
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ ।
21
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା ।
22
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ । ତହିଁରେ ସେମାନେ କହିଲେ, ଆମ୍ଭେମାନେ ସାକ୍ଷୀ ।
23
ସେ କହିଲେ, ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର ।
24
ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ ।
25
ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ ।
26
ଅନନ୍ତର ଯିହୋଶୂୟ ସେହି ସକଳ କଥା ପରମେଶ୍ଵରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ ।
27
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କୁ ଅସ୍ଵୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ ।
28
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ ।
29
ଏ ସକଳ ଘଟନା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ ।
30
ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ ।
31
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ ।
32
ପୁଣି ଯାକୁବ ଏକ ଶହ ରୌପ୍ୟମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ତରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା ।
33
ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24