bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 4
Joshua 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
1
ଏହିରୂପେ ସମୁଦାୟ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
2
ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାର ଜଣ ଗ୍ରହଣ କରି
3
ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାର ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ ।
4
ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;
5
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;
6
ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
7
ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନ; କାଳଯାଏ ସ୍ମରଣୀୟ ହେବ ।
8
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ ।
9
ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି ।
10
ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ ।
11
ଏହିରୂପେ ସମସ୍ତ ଲୋକ ନିଃଶେଷ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ ।
12
ସେସମୟରେ ରୁବେନର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ-ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
13
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ ।
14
ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ ।
15
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
16
ସାକ୍ଷ୍ୟସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ ।
17
ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ ।
18
ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ଵ ସ୍ଵ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା ।
19
ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ ।
20
ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ ।
21
ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
22
ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ ।
23
କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
24
(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ସର୍ବଦା ଭୟ କରି ପାରିବେ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24