bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Joshua 9
Joshua 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ;
2
ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ ।
3
ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ,
4
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ନଦିଲେ;
5
ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା ।
6
ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର ।
7
ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟ-ମାନଙ୍କୁ ଉତ୍ତର କଲେ, କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?
8
ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, ଆମ୍ଭେମାନେ ଆପଣଙ୍କର ଦାସ । ତେବେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?
9
ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି,
10
ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ ।
11
ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ ।
12
ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି ।
13
ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି ।
14
ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ ।
15
ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ ।
16
ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି ।
17
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ । ଗିବିୟୋନ୍ ଓ କଫୀରା ଓ ବେରୋତ୍ ଓ କିରୀୟତ୍ ଯିଆରିମ୍ ସେମାନଙ୍କ ନଗର ଥିଲା ।
18
ମାତ୍ର ମଣ୍ତଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ତଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ ।
19
ତହିଁରେ ଅଧିପତିଗଣ ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ ।
20
ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ ।
21
ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ତଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ ।
22
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, ‘ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକʼ ଏହା କହି କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ ।
23
ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ ।
24
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ ।
25
ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ ।
26
ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ ।
27
ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ତଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24