bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Judges 13
Judges 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 14 →
1
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ ।
2
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା ।
3
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ ।
4
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
5
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ ।
6
ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ଵାମୀକି କହିଲା, ପରମେଶ୍ଵରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ । ତାହାଙ୍କ ରୂପ ପରମେଶ୍ଵରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
7
ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,
8
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ଵରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ ।
9
ତହୁଁ ପରମେଶ୍ଵର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ଵରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ଵାମୀ ମାନୋହ ତାହା ସଙ୍ଗରେ ନ ଥିଲା ।
10
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ଵାମୀକି ସମ୍ଵାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି ।
11
ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ? ସେ କହିଲେ, ଆମ୍ଭେ ।
12
ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?
13
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ ।
14
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ ।
15
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।
16
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର । ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା ।
17
ଏ ଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ ।
18
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?
19
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା । ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ ।
20
ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ଵଗମନ କଲେ । ସେ ସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଲେ ।
21
ଏ ଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ । ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା ।
22
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା ।
23
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାʼନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଗ୍ରହଣ କରି ନ ଥାʼନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାʼନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାʼନ୍ତେ ।
24
ଏଥି ଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା । ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ ।
25
ପୁଣି ସଦାପ୍ରଭୁଙ୍କ ଆତ୍ମା ସରୀୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21