bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Judges 15
Judges 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
1
ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି । ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ ।
2
ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତା; ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର ।
3
ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି ।
4
ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା ।
5
ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା ।
6
ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା । ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ ।
7
ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷା; ହେବି ।
8
ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଏଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା ।
9
ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ ।
10
ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ ।
11
ଏଥିରେ ଯିହୁଦାର ତିନି ହଜାର ଲୋକ ଏଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି ।
12
ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ । ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର ।
13
ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ । ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ ।
14
ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ଵନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କଲେ, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା ।
15
ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ଵାରା ଏକ ହଜାର ଲୋକଙ୍କୁ ବଧ କଲା ।
16
ତହୁଁ ଶାମ୍ଶୋନ୍ କହିଲା:- ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା ।
17
ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ (ଥୋମଣି-ଗିରି) ହେଲା ।
18
ଏ ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ଵାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ସିନା ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି ।
19
ତହିଁରେ ପରମେଶ୍ଵର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା; ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ (ଡାକିଲା ଲୋକର ଝର) ଦେଲା, ତାହା ଅଦ୍ୟାପି ଲିହୀରେ ଅଛି ।
20
ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21